ରାଜ୍ୟରେ ଅନେକ ଜିଲ୍ଲାରେ ଆଜିଠାରୁ ପ୍ରବଳ ବର୍ଷା ସମ୍ଭାବନା, ଲଘୁଚାପ ସହ ୧୪ ମଧ୍ୟରେ ଓଡିଶାରେ ପ୍ରବେଶ କରିବ ମୌସୁମୀ

ଭୁବନେଶ୍ୱର- ଆସନ୍ତା ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଆଜିଠାରୁ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷିବ । ୧୧ ତାରିଖରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଲଘୁଚାପ ସହ ଆସନ୍ତା ୧୪ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିବ । ବର୍ଷାକୁ ଦୃଷ୍ଟିରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସଜାଗ ରହିବା ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.