ରାଜ୍ୟରେ ଆଉ ୪୩ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୪୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରୋ କୋରୋନାରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୩ ହଜାର ୨୧୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରେ ୪ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ବୌଦ୍ଧରେ ୩ ,କଳାହାଣ୍ଡିରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ, ବାଲେଶ୍ୱର,ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରେ ମଧ୍ୟ ୨ ଜଣ ଲେଖାଏଁ ରୋଗୀଙ୍କ ଜୀବନ ଯାଇଛି । ଢେଙ୍କାନାଳ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.