ରାଜ୍ୟରେ କୋରୋନାରେ ଆଉ ୪୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି କୋରୋନା । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ୩ ହଜାର ୨୫୭କୁ ବୃଦ୍ଧି ପାଇଛି । ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬, କଟକରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ବରଗଡରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗିର, ଯାଜପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.