ରାଜ୍ୟରେ ଦିନକରେ ୪୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୪୫ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ମୋଟ କୋଭିଡ ମୃତ୍ୟୁ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରେ ୪ ଜଣ ପ୍ରାଣ ହରାଇଛନ୍ତି । ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ, ସୁନ୍ଦରଗଡରେ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ବରଗଡ, ଯାଜପୁର ଓ କେନ୍ଦ୍ରାପଡାରେ ୨ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ ଓ ନୂଆପଡାରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.