ସାରା ଓଡିଶାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର- ସାରା ଓଡିଶାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ୧୦ ତାରିଖରେ ଦକ୍ଷିଣ ଓଡିଶା ଛୁଇଁଥିଲା ମୌସୁମୀ । ଦୁଇ ଦିନ ବିଳମ୍ବରେ ଏହା ସାରା ରାଜ୍ୟକୁ ଛୁଇଁଛି । ଏଣେ ୨୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ ।

Comments are closed.