ରାଜ୍ୟରେ ମୌସୁମୀ ସକ୍ରିୟ, ଆସନ୍ତା ୩ ଦିନ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର- ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆସନ୍ତା ୩ ଦିନ ପାଇଁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ । ମୌସୁମୀ ପ୍ରଭାବରେ ରାଜ୍ୟର ଗତ କିଛି ଦିନ ଧରି ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଆସନ୍ତା ୨୪ ଘଂଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.