ସ୍ୱାସ୍ଥ୍ୟସେବା ରାଜ୍ୟ ସରକାରଙ୍କ ପ୍ରାଥମିକ କ୍ଷେତ୍ର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ରାଜ୍ୟର କୋଭିଡ ସ୍ଥିତି ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଉ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ନବନିଯୁକ୍ତ ୭୮୬ ଡାକ୍ତରଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି । ନବନି ଯୁକ୍ତ ଡାକ୍ତରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ୮ ହଜାର ୫୦୦ କୋଟି ଟଙ୍କା ବିନିଯୋଗ କରିଛନ୍ତି ରାଜ୍ୟ ସରକାର । ସ୍ୱାସ୍ଥ୍ୟସେବା ତାଙ୍କ ସରକାରଙ୍କ ପ୍ରାଥମିକ କ୍ଷେତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗତ କିଛି ବର୍ଷରେ ବହୁ କର୍ମଚାରୀ ନିଯୁକ୍ତ କରାଯାଇ ସ୍ୱାସ୍ଥ୍ୟସେବାକୁ ମଜଭୁତ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ମହାମାରୀ ବେଳେ ଡାକ୍ତରଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାଜରେ ଡାକ୍ତରମାନଙ୍କର ବିଶେଷ ସମ୍ମାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Comments are closed.