ବିଭିନ୍ନ ଜିଲ୍ଲାରେ ସ୍ୱାସ୍ଥ୍ୟଭିତ୍ତିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ସ୍ୱାସ୍ଥ୍ୟ ଭିତ୍ତିକ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ଯୋଗେ ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସପିଟାଲ ପରିସରରେ ଅକ୍ସିଜେନ ପ୍ଲାଂଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ କୋଭିଡ ହସପିଟାଲରେ ଟ୍ରୁନାଟ୍ ପରୀକ୍ଷାଗାର, ଝାରସୁଗୁଡା, ମୟୂରଭଞ୍ଜରେ ଅକ୍ସିଜେନ ପ୍ଲାଂଟର ଶିଳାନ୍ୟାସ ବି ହୋଇଛି । ଭଦ୍ରକ, ସୁନ୍ଦରଗଡ, ପୁରୀ, ଜଗତସିଂହପୁର, ସୋନପୁରରେ ମଧ୍ୟ ଅକ୍ସିଜେନ ପ୍ଲାଂଟର ଶିଳାନ୍ୟାସ ହୋଇଛି । ନୟାଗଡ ଚାନ୍ଦପୁରରେ ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଶିଳାନ୍ୟାସ ସହ ନୟାଗଡରେ ଆଇସିୟୁ ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.