ରାଜ୍ୟରେ ଆଉ ୪୩ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ ୨୪ ଘଂଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ହୋଇଛି । କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ପୁରୀ ଓ ଝାରସୁଗୁଡାରୁ ୪ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କୋରାପୁଟ ଓ ଗଞ୍ଜାମରୁ ୩ ଣ ଲେଖାଏଁ, ସୁନ୍ଦରଗଡ, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧରୁ ୨ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି,କନ୍ଧମାଳ, କେନ୍ଦ୍ରାପଡା, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୬୩୩କୁ ବୃଦ୍ଧି ପାଇଛି ।

Comments are closed.