ରାଜ୍ୟରେ ଆଉ ୩୮ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର-ରାଜ୍ୟରେ ଆଉ ୩୮ ଜଣଙ୍କ ଜୀବନ ନେଇଛି କୋରୋନା । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୬୭୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୬, କଟକ ଓ ବରଗଡରୁ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ମୟୂରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସମ୍ବଲପୁର ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନୁଗୁଳ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, କେନ୍ଦୁଝର, କୋରାପୁଟ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.