ରାଜ୍ୟରେ ଆଉ ୪୬ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଦିନକରେ ୪୬ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୭୧୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ, ବରଗଡ ଓ କଟକ ଜିଲ୍ଲାରେ ୫ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲାରୁ ୪, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୩, ଜଗତସିଂହପୁରରୁ ୩ ,ଗଞ୍ଜାମ ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୨, ମୟୂରଭଞ୍ଜରୁ ୨ ଜଣ ରୋଗୀ ପ୍ରାଣ ହରାଇଛନ୍ତି । କୋରାପୁଟ, କନ୍ଧମାଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି ।

Comments are closed.