ଦିନକରେ ରାଜ୍ୟରେ ଆଉ ୪୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯

ଭୁବନେଶ୍ୱର – ରାଜ୍ୟରେ ଆଉ ୪୪ ଜଣଙ୍କ ଜୀବନ ନେଇଛି କୋରୋନା ମହାମାରୀ । ଏଥିସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୭୬୧କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ହୋଇଛି । ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ ଓ ପୁରୀରୁ ୪ ଜଣ ଲେଖାଏଁ , ଗଞ୍ଜାମ, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.