ରାଜ୍ୟରେ କୋରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ହୋଇଛି । କଟକ, ନୟାଗଡ ଓ ବରଗଡରେ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନୁଗୁଳରେ ୩ ଜଣ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ପୁରୀ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୮୦୧କୁ ବୃଦ୍ଧି ପାଇଛି ।

Comments are closed.