ରାଜ୍ୟରେ ଆଉ ୪୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ | News Room Odisha

ରାଜ୍ୟରେ ଆଉ ୪୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୪୭ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ଗଞ୍ଜାମ, ପୁରୀ, ନୟାଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର,ଝାରସୁଗୁଡା, କଳାହାଣ୍ଡି, ମୟୂରଭଞ୍ଜ ଓ ନୂଆପଡାରୁ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୮୪୮କୁ ବୃଦ୍ଧି ପାଇଛି ।