୬ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ଦଳର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ଟି ଜିଲ୍ଲା ପାଇଁ ଦଳର ପର୍ଯ୍ୟବେକ୍ଷକ ନିଯୁକ୍ତ କରିବା ସହ ୬ ଜଣ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ବି ନିଯୁକ୍ତି ଦେଇଛନ୍ତି । ବିକ୍ରମ କେଶରୀ ଆରୁଖ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଓ ମହେଶ୍ୱର ମହାନ୍ତିଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

ବିକ୍ରମ କେଶରୀ ଆରୁଖ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ରହିବେ । ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସୌମ୍ୟରଞ୍ଜନ ପଟ୍ଟନାୟକ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେବଗଡ,ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ପ୍ରସନ୍ନ ଆଚାର୍ଯ୍ୟ କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ମହେଶ୍ୱର ମହାନ୍ତି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ଦାୟିତ୍ୱରେ ରହିବେ ।

Comments are closed.