ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ | News Room Odisha

ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ପଟ୍ଟାଙ୍ଗୀ ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାଉନ୍ତାଙ୍କ ପରଲୋକ ହୋଇଯାଇଛି । ସାଉନ୍ତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନ ପ୍ରତିନିଧି ଭାବେ ସ୍ୱର୍ଗତଃ ନେତ୍ରୀଙ୍କ କାର୍ଯ୍ୟ ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।