ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ ସ୍ୱତନ୍ତ୍ର ଷ୍ଟ୍ରାଟେଜି : ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ, ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାଗୁଡିକରେ ସ୍ୱତନ୍ତ୍ର କୌଶଳ ଆପଣାଯାଉଛି । ଅମାନିଆଙ୍କ ପାଇଁ ସଂକ୍ରମଣ ତଳମୁହାଁ ହେଉନାହିଁ ବୋଲି ସେ କହିଛନ୍ତି । ଭୁବନେଶ୍ୱରରେ ସଂକ୍ରମଣ ବଢିବା ପାଇଁ ବିଭିନ୍ନ କାରଣ ରହିଛି । ଲୋକେ ବାହାରକୁ ବାହାରି ସଂକ୍ରମଣ ବ୍ୟାପିବାକୁ ପ୍ରୋତ୍ସାହନ ଦେଉଛନ୍ତି । ବିଭିନ୍ନ ଜିଲ୍ଲାରୁ ଲୋକମାନଙ୍କର ଯିବାଆସିବା ସଂକ୍ରମଣ ବଢିବାର କାରଣ । ବର୍ତ୍ତମାନର ସ୍ଥିତି ଉପରେ ନଜର ରଖିଛନ୍ତି ରାଜ୍ୟ ସରକାର । ହାଇକମିଟି ବୈଠକ ବସି ୩୦ ପରେ ନିଷ୍ପତ୍ତି ନିଆଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Comments are closed.