ରାଜ୍ୟରେ ଆଉ ୩୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯

ଭୁବନେଶ୍ୱର- ରାଜ୍ୟରେ ଆଉ ୩୯ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥିସହିତ ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୩ ହଜାର ୮୮୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସମ୍ବଲପୁର ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଏବଂ ଗଞ୍ଜାମ,କେନ୍ଦ୍ରାପଡା, ମୟୂରଭଞ୍ଜ, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ପୁରୀ ଜିଲ୍ଲାରୁ ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.