ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୩ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱରରେ ୫ ସମେତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ହୋଇଛି । ବରଗଡ, ନୟାଗଡ ଓ ପୁରୀରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ, ଭଦ୍ରକ ଏବଂ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୯୩୦କୁ ବୃଦ୍ଧି ପାଇଛି ।

Comments are closed.