ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର-ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଁ ବ୍ୟବସ୍ଥା ହେବ । ପୂର୍ବରୁ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଫଳ ପ୍ରକାଶ ପାଇଁ ଘୋଷଣା କରାଯାଇଥିଲା ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି । ଯୁକ୍ତ ଦୁି ପ୍ରଥମ ବର୍ଷରେ ସିଟ୍ ସମସ୍ୟା ହେବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି । ବଡ ବଡ କଲେଜରେ ଛାତ୍ରଛାତ୍ରୀଙ୍କ ପଢିବାକୁ ଇଚ୍ଛା ଅଛି । ଆବଶ୍ୟକ ସ୍ଥଳେ ସିଟ୍ ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Comments are closed.