ରାଜ୍ୟରେ ଆଉ ୪୦ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୪୦ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୯୭୦କୁ ବୃଦ୍ଧି ହୋଇଛି । ଭରବଙ୍କନଶ୍ୱରରୁ ୫ ସମେତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ବରଗଡ, କଟକ ଓ ନୟାଗଡ ଜିଲ୍ଲାରେ ୫ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ପୁରୀରେ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଓ ଅନୁଗୁଳରେ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲାରେ ୨, ଭଦ୍ରକ,ଢେଙ୍କାନାଳ ଓ ଯାଜପୁରରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁରରେ ବି ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Comments are closed.