ରାଜ୍ୟରେ ଆଉ ୫୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଥମୁନାହିଁ କୋରୋନା ମୃତ୍ୟୁ । ଗତ ୨୪ ଘଣ୍ଟାରେ ଆଉ ୫୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୨୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ପ୍ରାଣ ହରାଇଛନ୍ତି । କଳାହାଣ୍ଡି, ବରଗଡ, ପୁରୀ, ସୁନ୍‌ଗରଗଡ ଓ ଗଞ୍ଜାମରୁ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । କେନ୍ଦ୍ରାପଡାରୁ ୪, କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝ. ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.