କାଲିଠାରୁ ସବୁ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫ୍ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଲକଡାଉନ ବି କୋହଳ ହେଉଛି । ଏ ଦୃଷ୍ଟିରୁ ସବୁ କର୍ମଚାରୀଙ୍କୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବା ପାଇଁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଜୁଲାଇ ୬ ତାରିଖରୁ ସବୁ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫ୍ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଆସି କାମରେ ଯୋଗ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିିଛି ବିଭାଗ । କୋରୋନା ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ କାମ କରାଯାଉଥିଲା । ହେଲେ ଆସନ୍ତାକାଲିଠାରୁ ସବୁ କର୍ମଚାରୀ କାମରେ ଯୋଗଦେବା ପାଇଁ ବିଶ୍ୱବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖିଛନ୍ତି ।

Comments are closed.