ରାଜ୍ୟରେ ଆଉ ୫୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୫୭ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ବରଗଡ, ଗଞ୍ଜାମ, ନୟାଗଡ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ, କଳାହାଣ୍ଡି ଓ କୋରାପୁଟରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୁଳ ଓ ମୟୂରଭଞ୍ଜରୁ ୩ ଜଣେ ଲେଖାଏଁ ଏବଂ ବାଲେଶ୍ୱର, କଟକ, ଦେବଗଡ ଓ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ୪୧୫କୁ ବୃଦ୍ଧି ପାଇଛି ।

Comments are closed.