ରାଜ୍ୟରେ ଆଉ ୬୧ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୧ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଖୋର୍ଦ୍ଧା ଜିଲ୍ଲାରୁ ଆଉ ୧୧ ଜଣ ରୋଗୀ ପ୍ରାଣ ହରାଇଛନ୍ତି । ବରଗଡ, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସମ୍ବଲପୁର ଓ ସୁନ୍ଦରଗଡରୁ ୫ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝରରେ ୪ ଜଣଙ୍କ ମୃତ୍ୟୁ ହୋଇଛି । କଟକ, ଢେଙ୍କାନାଳ ଓ ନୟାଗଡରୁ ୨ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୪୭୬କୁ ବୃଦ୍ଧି ପାଇଛି ।

Comments are closed.