ରାଜ୍ୟରେ ଆଉ ୬୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୫ କୋରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୪ ହଜାର ୫୯୯କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବରଗଡ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ, କେନ୍ଦ୍ରାପଡା, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଜଜଗତସିଂହପୁର,ଝାରସୁଗୁଡା,କଳାହାଣ୍ଡି,କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Comments are closed.