ରାଜ୍ୟରେ ଆଉ ୬୩ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୩ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୬୬୨କୁ ବୃଦ୍ଧି ପାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ୧୩, ବରଗଡରୁ ୭, ମୟୂରଭଞ୍ଜରୁ ୬, ଗଞ୍ଜାମ ଓ ପୁରୀରୁ ୫ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ବୌଦ୍ଧ, ଯାଜପୁର, ନୟାଗଡରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ଜଗତସିଂହପୁରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ବଲାଙ୍ଗିର, ଗଜପତି, କନ୍ଧମାଳ, କେନ୍ଦ୍ରାପଡାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.