ନୂଆ ବିଜେଡି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ | News Room Odisha

ନୂଆ ବିଜେଡି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଜୟ ଜଗନ୍ନାଥ । ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା , ଯୁବ , ଛାତ୍ର , ଚାଷୀ , ଶ୍ରମିକ , ଗରିବ , ଅନୁସୂଚିତ ଜାତି ଓ ଜନଜାତି , ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କୁ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ ହୋଇଛନ୍ତି । ଆଜି ପବିତ୍ର ରଥଯାତ୍ରାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ନୂତନ କାର୍ଯ୍ୟାଳୟ ପାଇଁ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ , ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା ସ୍ଵାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ ।

BJDBJD Supremo Naveen Patnaik