ଓଡିଶା ସମେତ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତା ୧୬ରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ – ଆସନ୍ତା ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ସମେତ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ ସ୍ଥିତି ନେଇ ଆଲୋଚନା କରିବେ । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି । ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ସାରାଦେଶରେ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଏହାର ମୁକାବିଲା ଓ ବର୍ତ୍ତମାନର ସ୍ଥିତି ନେଇ ପ୍ରଧାନମମନ୍ତ୍ରୀ ୬ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ସମ୍ଭାବନା ରହିଛି ।

Comments are closed.