ରାଜ୍ୟରେ ଆଉ ୬୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ଦେଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ | News Room Odisha

ରାଜ୍ୟରେ ଆଉ ୬୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ଦେଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର- ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂଗୃହୀତ ତଥ୍ୟ ଅନୁସାରେ ଆଉ ୬୫ ଲୋକଙ୍କ କୋରୋନାରେ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁସଂଖ୍ୟା ୪ ହଜାର ୭୯୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ବରଗଡ ଜିଲ୍ଲାରୁ ୧୦, ସୁନ୍ଦରଗଡରୁ ୭, ପୁରୀରୁ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁରରୁ ୪, ଗଜପତିରୁ ୩, ବାଲେଶ୍ୱରରୁ ୨, ଗଞ୍ଜାମରୁ ୨ ଜଣ ପ୍ରାଣ ହରାଇଛନ୍ତି । ଝାରସୁଗୁଡା, କନ୍ଧମାଳ, ମୟୂରଭଞ୍ଜରେ ମଧ୍ୟ ୨ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।