ରାଜ୍ୟରେ ଆଉ ୬୭ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ଗତ ୨୪ ଘଣ୍ଟାରେ ସଂଗୃହୀତ ତଥ୍ୟ ଅନୁସାରେ ରାଜ୍ୟରେ ଆଉ ୬୭ ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ୯୯୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫, ଗଞ୍ଜାମରୁ ୮, ସୁନ୍ଦରଗଡରୁ ୭ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡରୁ ୪, ନୟାଗଡରୁ ୩ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର,କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି ।

Comments are closed.