ସିଦ୍ଧୁ ପଞ୍ଜାବ କଂଗ୍ରେସର ସଭାପତି ନିଯୁକ୍ତ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବ କଂଗ୍ରେସରେ ନେତୃତ୍ବ ପରିବର୍ତ୍ତନ ହୋଇଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିରୋଧ ସତ୍ତ୍ଵେ କଂଗ୍ରେସ ପାର୍ଟି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନବଜୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ କଂଗ୍ରେସ କମିଟିର ସଭାପତି ଭାବରେ ନିଯୁକ୍ତ କରିଛନ୍ତି। ଏହି ନିଷ୍ପତ୍ତି ତୁରନ୍ତ କାର୍ଯ୍ୟକାରୀ ହେବ | ଏହାଛଡ଼ା ଚାରି ଜଣ କାର୍ଯ୍ୟକାରୀ ସଭାପତି ମଧ୍ୟ ନିଯୁକ୍ତ ହୋଇଛନ୍ତି।

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସିଦ୍ଧୁଙ୍କୁ ସଭାପତି କରାଯିବା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ।

ଦୀର୍ଘ ଦିନ ଧରି ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏବଂ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା ।

Comments are closed.