ରାଜ୍ୟରେ କୋରୋନାରେ ଆଉ ୫୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୫୮ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଜିଲ୍ଲାରୁ ସଂଗୃହୀତ ତଥ୍ୟ ଉପରେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯, ବରଗଡରୁ ୭, ଗଞ୍ଜାମରୁ ୫, ବଲାଙ୍ଗିରରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର,କଟକ, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଥିବା ବେଳେ ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୧୧୬କୁ ବୃଦ୍ଧି ପାଇଛି ।

Comments are closed.