ରାଜ୍ୟରେ ଆଉ ୫୬ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୫୬ ଲୋକଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ନିଶ୍ଚିତ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବିଭିନ୍ନ ଜିଲ୍ଲାରୁ ସଂଗୃହୀତ ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯, ସୁନ୍ଦରଗଡରୁ ୮, ବରଗଡ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ରାପଡା, କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ମାଲକାନଗିରିରୁ ୨, କଟକ, ଦେବଗଡ, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କୋରୋନା ଜଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୧୭୨କୁ ବୃଦ୍ଧି ପାଇଛି ।

Comments are closed.