ରାଜ୍ୟରେ ଆଉ ୬୯ ଜଣଙ୍କ କୋରୋନାରେ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟ ସରକାରଙ୍କ ସଂଗୃହୀତ ତଥ୍ୟ ଅନୁସାରେ ଆଉ ୬୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦, ବରଗଡରୁ ୭, ଅନୁଗୁଳରୁ ୬, କେନ୍ଦୁଝରରୁ ୫, କେନ୍ଦ୍ରାପଡାରୁ ୪, ବାଲେଶ୍ୱରରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ, ପୁରୀରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସୋନପୁର ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.