ରାଜ୍ୟରେ ଆଉ ୬୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୭ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଂଗୃହୀତ ତଥ୍ୟ ଅନୁସାରେ ଭୁବନେଶ୍ୱରରେ ୧୫ ସମେତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଝିକ ୨୪ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ୧୦ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡରେ ୬, ପୁରୀରେ ୫, ଗଞ୍ଜାମ ଓ ମୟୂରଭଞ୍ଜରେ ୨ ଜଣ ଲେଖାଏଁ ମୃତ୍ୟୁ ହୋଇଛି । ଦେବଗଡ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା, ମାଲକାନଗିରି ଓ ନୂଆପଡାରେ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨କୁ ବୃଦ୍ଧି ପାଇଛି ।

Comments are closed.