ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଜିଠାରୁ ୩୦ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର- ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ୩୦ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ପାଇଁ ରାଜ୍ୟର ୨୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବରଗଡ, ସୁବର୍ଣ୍ଣପୁର, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ, କନ୍ଧମାଳ, ନହରଙ୍ଗପୁର, କୋରାପୁଟ, ରାୟଗଡା, ଗଞ୍ଜାମ ଓ ନୂଆପଡା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.