ଘନୀଭୂତ ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଓଡିଶାରେ ବର୍ଷା

ଭୁବନେଶ୍ୱର- ଉତ୍ତର ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇଛି । ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡିଶାର କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିଛି । ଘନୀଭୂତ ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ବାଂଲାଦେଶ ଉପକୂଳ ଓ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି । ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଓ ବିହାର ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏଥିଯୋଗୁଁ ଆଗାମୀ ୨୪ ଘଣ୍ଟାରେ ଓଡିଶାର କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ବାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Comments are closed.