ଗୁଣ୍ଟୁର ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ବର: ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Comments are closed.