ଶ୍ରୀମନ୍ଦିର ପରି ଲିଙ୍ଗରାଜ ମନ୍ଦିର ପାଇଁ ବି କରାଯିବ ସ୍ୱତନ୍ତ୍ର ଆଇନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଲିଙ୍ଗରାଜ ମନ୍ଦିର ନିକଟରେ ଏକାମ୍ର ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମି ହସ୍ତାନ୍ତର କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ଯୋଜନାର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶ୍ରୀମନ୍ଦିର ଢାଂଚାରେ ଲିଙ୍ଗରାଜ ମନ୍ଦିର ପାଇଁ ବି ସ୍ୱତନ୍ତ୍ର ଆଇନ କରାଯିବ ।

ଏକାମ୍ର କ୍ଷେତ୍ରକୁ ଅଧିକ ଭକ୍ତ ଓ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଯୋଜନା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଲିଙ୍ଗରାଜ ମନ୍ଦିର ଉନ୍ନତିକରଣ କାର୍ଯ୍ୟର ଅଗ୍ରଗତି ନେଇ ସନ୍ତୋଷ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଖୁବ ଶୀଘ୍ର ଏକାମ୍ର କ୍ଷେତ୍ର ପାଇଁ ପ୍ୟାକେଜ ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.