ବାଣ ଗୋଦାମରେ ବିସ୍ଫୋରଣ, ୩ ମୃତ

ଜଗତସିଂହପୁର – ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଇଚ୍ଛାପୁର ଠାରେ ଥିବା ବାବା ମାଧୁରୀ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରି ନାହିଁ ।

Comments are closed.