ଓସିଏସ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଓଡ଼ିଶା ପ୍ରଶାସନିକ ସେବା-ଓସିଏସ ୨୦୨୧ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରୀ ସୁବିଧାସୁଯୋଗକୁ ତୃଣମୂଳସ୍ତରରେ ପହଞ୍ଚାଇ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସମସ୍ତେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ‌ ବୋଲି କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦେବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.