ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଲା | News Room Odisha

ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଲା

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି । ଆଉ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୋମବାର ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା । ସେଥିମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ,ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଡିଓ, ତହସିଲଦାର ଓ ଡାକ୍ତରମାନଙ୍କ ସହ ଭର୍ଚୁଅ।ଲ ମୋଡରେ ବୈଠକ କରାଯାଇଛି ବୋଲି ସିଡିଏମଓ କହିଛନ୍ତି।