ବରଗଡ ଜିଲ୍ଲା ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ  ଅନୁମୋଦନ କରିଛନ୍ତି ।

ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ ମିଳିଛି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ବରଗଡ ଜିଲ୍ଲାର ଝାରବନ୍ଧ ଓ ପାଇକମାଳ ବ୍ଳକ୍‌ର ଜନସାଧାରଣ ଉପକୃତ ହେବେ ।ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ।

Comments are closed.