ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସର ତରୁଣ ପାଣ୍ଡେ | News Room Odisha

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସର ତରୁଣ ପାଣ୍ଡେ

ଝାରସୁଗୁଡ଼ା – ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ତରୁଣ ହେଉଛନ୍ତି ୩ ଥରର ଝାରସୁଗୁଡ଼ା ବିଧାୟକ ରହିଥିବା ସ୍ବର୍ଗତ ବୀରେନ ପାଣ୍ଡେଙ୍କ ପୁଅ। ଆଜି ତରୁଣ ନିଜର ସମର୍ଥକ ଓ ବରିଷ୍ଠ କଂଗ୍ରେସ ନେତାଙ୍କ ସହ ଏକ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖ ଥାଉ କି ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ।ସଟିମ୍ ୬ ଜଣିଆ ତାଲିକା ପ୍ରସ୍ତୁତ କରି ଦଳର ରାଜ୍ୟ କମିଟିକୁ ହସ୍ତାନ୍ତର କରିଥିଲା। ତେବେ ଏଆଇସିସି ତରୁଣଙ୍କ ନାମ ଉପରେ ମୋହର ଲଗାଇଥିଲା। ତରୁଣ କୌଣସି ସାଧାରଣ ନିର୍ବାଚନରେ ପୂର୍ବରୁ ପ୍ରତିଦ୍ବନ୍ଦିତା କରିନାହାନ୍ତି ।