କୋଟିଆରେ ଅନେକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆନ୍ଧ୍ର ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆରେ ଆଜି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନସିଂ ଜରିଆରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି ନବୀନ । ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ୍‌, ସବସେଂଟର ସହ ସରକାରୀ ଆଶ୍ରମ ହାଇସ୍କୁଲର ଅତିରିକ୍ତ ଶ୍ରେଣୀଗୃହ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ।

କୋଟିଆବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଟିଆ ପଂଚାୟତକୁ ଆଦର୍ଶ ପଂଚାୟତ କରାଯିବ । ସମସ୍ତ ଅଂଚଳର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.