ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନମୂଳକ କାର୍ଯ୍ୟର ବି ସମୀକ୍ଷା

ପୁରୀ- ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିବା ପୂର୍ବରୁ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଭୋରରେ ପୁରୀ ଯାଇ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ୫-ଟି ସଚିବ ଦର୍ଶନ ବ୍ୟବସ୍ଥାର ସମୀକ୍ଷା ସହ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ୫-ଟି ସଚିବଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର , ଉନ୍ନୟନ କମିଶନର ସୁରେଶ ମହାପାତ୍ର , ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହ ଓ ଏସପି ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲୁଛି । ପ୍ରଥମ ଦୁଇ ଦିନ ସେବାୟତ ଓ ତାଙ୍କ ପରିବାର ଲୋକେ ମହାପ୍ରଭୁଙ୍କୁ ଦର୍ଶନ କରିବ । ଜାନୁଆରୀ ୩ ତାରିଖରୁ ସମସ୍ତେ ଶ୍ରୀମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିପାରିବେ ।

Comments are closed.