ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି, ପ୍ରତାପ କେଶରୀ ଦେବ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର- ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଉଷ୍ମତା ପ୍ରକାଶ ପାଇଛି । ଉପନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ପ୍ରାଥମିକ ଭାବେ ସବୁ ଦଳ ଉଣାଅଧିକେ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଶାସକ ବିଜେଡି ସମସ୍ତଙ୍କଠାରୁ ଟିକେ ଆଗୁଆ ଥିବା ଜଣାପଡିଛି । ବିଧାୟକ ପ୍ରତାପ କେଶରୀ ଦେବଙ୍କୁ ବିଜେଡି ପିପିଲି ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି । ତୁରନ୍ତ ଦାୟିତ୍ୱ ନେବା ପାଇଁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ପିପିଲି ଆସନ ଖାଲି ପଡିଛି ।

Comments are closed.