ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୩ର ଅବତରଣ: ଇସ୍ରୋ ୟୁ ଟ୍ୟୁବ୍ ଚ୍ୟାନେଲରେ ସିଧାପ୍ରସାରଣ ଦେଖିଲେ ସୂଚନା ଓ ଲୋକସମ୍ପର୍କ ବିଭାଗର କର୍ମଚାରୀ

ଭୁବନେଶ୍ୱର – ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ପ୍ରେରିତ ଚନ୍ଦ୍ରଯାନ -୩ ର ସଫଳତାର ସହ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଅବତରଣ କରି ମହାକାଶ ବିଜ୍ଞାନ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି । ଏହି ଅବିସ୍ମରଣୀୟ ଅବସରରେ ଇସ୍ରୋ ୟୁ ଟ୍ୟୁବ୍ ଚ୍ୟାନେଲ ମାଧ୍ୟମରେ ବଡ ପରଦାରେ ସୂଚନା ଲୋକସଂପର୍କ ବିଭାଗର ସମସ୍ତ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ଚନ୍ଦ୍ରପାନ-୩ର ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ ସିଧା ପ୍ରସାରଣ କାର୍ଯ୍ୟକ୍ରମ ଦେଖିଥିଲେ।

ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏହି ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ , ଯୁଗ୍ମ ନିର୍ଦ୍ଦେଶକ ଏବଂ ବହୁ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଅତ୍ୟନ୍ତ ଉତ୍ସାହର ସହ ଚନ୍ଦ୍ରଯାନ-୩ ର ସଫଳ ଅବତରଣ କାର୍ଯ୍ୟକ୍ରମ ଦେଖିଥିଲେ ।

Comments are closed.