ରାଜ୍ୟରେ ଲଘୁଚାପ ବର୍ଷା ଜାରି, ଆଜି ୯ଟି ଜିଲ୍ଲାକୁ ଅରେଞ୍ଜ ୱ।ର୍ଣ୍ଣିଂ | News Room Odisha

ରାଜ୍ୟରେ ଲଘୁଚାପ ବର୍ଷା ଜାରି, ଆଜି ୯ଟି ଜିଲ୍ଲାକୁ ଅରେଞ୍ଜ ୱ।ର୍ଣ୍ଣିଂ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇଛି । ରାଜଧାନୀ ଭୁବନେଶ୍ବର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି । କିଛି ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ଦୁଇ ଦିନ ଉତ୍ତର ଓଡ଼ିଶା – ଦକ୍ଷିଣ ଝାଡ଼ଖଣ୍ଡ ଦେଇ ପଶ୍ଚିମ ଉତ୍ତର-ପଶ୍ଚିମରେ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ଆଜି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱ।ର୍ଣ୍ଣିଂ ଜାରି କରାଯାଇଛି ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ,‌କଟକ, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱ।ର୍ଣ୍ଣିଂ ଜାରିଯାଇଛି । ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରାଯାଇଛି।